Breaking PLUSଓଡ଼ିଶାମୁଖ୍ୟ ଖବର

ଫେବୃୟାରୀ 14ରେ +2 ପରୀକ୍ଷା

ମାର୍ଚ୍ଚ ୧୩ ଯାଏଁ ଚାଲିବ ଯୁକ୍ତ ୨ ପରୀକ୍ଷା

ଆସନ୍ତାବର୍ଷ ଫେବ୍ରୁଆରୀ ୧୪ରେ ଯୁକ୍ତ ଦୁଇ ପରୀକ୍ଷା। ମାଟ୍ରିକ ଭଳି ୬ ମାସ ଆଗରୁ ତାରିଖ ଘୋଷଣା କରିଛି CHSE । ସୂଚନା ଅନୁଯାୟୀ ମାର୍ଚ୍ଚ ୧୩ ଯାଏଁ ଚାଲିବ ଯୁକ୍ତ ୨ ପରୀକ୍ଷା । ଏପ୍ରିଲ ଶେଷ କିମ୍ବା ମେ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ରେଜଲ୍ଟ । ୨୦୨୩-୨୪ ଶିକ୍ଷାବର୍ଷ ଲାଗି ଏକାଡେମିକ୍ କ୍ୟାଲେଣ୍ଡର ପ୍ରକାଶ କରିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ। ଯେଉଁଥିରେ ଯୁକ୍ତ ଦୁଇ ଲାଗି ଦୁଇ ବର୍ଷର ପାଠ୍ୟକ୍ରମ ସହ ପରୀକ୍ଷା ତାରିଖ ଏବଂ ଫଳାଫଳ ତାରିଖ ମଧ୍ୟ ସୂଚୀରେ ଉଲ୍ଲେଖ ରହିଛି ।

ଆସନ୍ତା ନଭେମ୍ବର ୧୦ରୁ ୨୫ ମଧ୍ୟରେ ଫର୍ମ ଫିଲଅପ୍ ପ୍ରକ୍ରିୟା ଶେଷ ହେବ । ଜାନୁଆରୀ ପ୍ରଥମ ସପ୍ତାହରେ ହେବ ପ୍ରାକ୍ଟିକାଲ ପରୀକ୍ଷା । CHSE ପକ୍ଷରୁ ପ୍ରକାଶିତ ଏକାଡେମିକ କ୍ୟାଲେଣ୍ଡରରେ ଏନେଇ ଉଲ୍ଲେଖ କରାଯାଇଛି ।

Show More

Related Articles

Back to top button