Breaking PLUSଦେଶ ବିଦେଶମୁଖ୍ୟ ଖବର

ସୁରକ୍ଷାବାହିନୀଙ୍କୁ ବଡ଼ ସଫଳତା; ଦୁଇ ଆତଙ୍କବାଦୀ ନିହତ

ଜମ୍ମୁ କାଶ୍ମୀରରେ ସୁରକ୍ଷାବାହିନୀଙ୍କୁ ବଡ଼ ସଫଳତା । ଆଜି ଜମ୍ମୁ କାଶ୍ମୀରର ଶୋପିଆଁ ଜିଲ୍ଲାରେ ସୁରକ୍ଷାବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ସମୟରେ ୨ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି।

ନୂଆଦିଲ୍ଲୀ: ଜମ୍ମୁ କାଶ୍ମୀରରେ ସୁରକ୍ଷାବାହିନୀଙ୍କୁ ବଡ଼ ସଫଳତା । ଆଜି ଜମ୍ମୁ କାଶ୍ମୀରର ଶୋପିଆଁ ଜିଲ୍ଲାରେ ସୁରକ୍ଷାବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ସମୟରେ ୨ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ୨ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ପରେ ମଧ୍ୟ ଅନ୍ୟ ଅଞ୍ଚଳରେ ଏନକାଉଣ୍ଟର ଜାରି ରହିଛି । ଆତଙ୍କବାଦୀଙ୍କ ଉପସ୍ଥିତି ନେଇ ସୂଚନା ମିଳିବା ପରେ ଜମ୍ମୁ-କଶ୍ମୀର ପୁଲିସ ଏବଂ ସୁରକ୍ଷା ବାହିନୀ ଦ୍ୱାରା ମିଳିତ ସର୍ଚ୍ଚ ଅପରେସନ୍ ଆରମ୍ଭ ହୋଇଥିଲା।
ଚଳିତ ସପ୍ତାହରେ ବାରାମୁଲାର କେରି ଅଞ୍ଚଳରେ ହୋଇଥିବା ଏନକାଉଣ୍ଟରରେ ଜଣେ ଆତଙ୍କବାଦୀକୁ ହତ୍ୟା କରିଥିଲେ ସୁରକ୍ଷାକର୍ମୀ ।

Show More

Related Articles

Back to top button