ଦେଶସ୍ୱାସ୍ଥ୍ୟ

ଦେଶରେ ଅଢ଼େଇ ହଜାର ତଳକୁ ଦୈନିକ ସଂକ୍ରମଣ,୨୪ ଘଣ୍ଟା ମଧ୍ୟରେ ୨,୪୩୦ ନୂତନ ସଂକ୍ରମଣ ଚିହ୍ନଟ

ଆଜି ଅଢ଼େଇ ହଜାର ତଳକୁ ଖସିଆସିଛି ଦେଶରେ ଦୈନିକ ସଂକ୍ରମଣ । ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ସାମାନ୍ୟ ବୃଦ୍ଧି ପାଇଥିଲେ ବି ୨୭ ହଜାର ମଧ୍ୟରେ ରହିଛି ।୨୪ ଘଣ୍ଟା ମଧ୍ୟରେ ୨,୪୩୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଚିହ୍ନଟ କରାଯାଇଛି । ସେହିପରି ମୃତ୍ୟୁସଂଖ୍ୟା ୧୭ ରେକର୍ଡ କରାଯାଇଛି। ଏନେଇ ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବୟାଇଟରୁ ସୂଚନା ମିଳିଛି ।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୪୩୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୨୬,୪୨୭ରେ ପହଞ୍ଚିଛି।ଗତ ୨୪ ଘଣ୍ଟାରେ ହୋଇଥିବା ୧୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୮୭୪ରେ ପହଞ୍ଚିଛି। ଏଥିରେ କେରଳ ପିଛିଲାଭାବେ ୯ଜଣଙ୍କ ମୃତ୍ୟୁ ସାମିଲ କରିଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୦,୭୦,୯୩୫। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୬% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୬,୬୧୮ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୬%।

Show More

Related Articles

Back to top button