ଓଡ଼ିଶାସ୍ୱାସ୍ଥ୍ୟ

ରାଜ୍ୟରେ ଉପରମୁହାଁ ସଂକ୍ରମଣ,୨୪ ଘଣ୍ଟା ମଧ୍ୟରେ ୨୪୫ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଉପରମୁହାଁ ହେଉଛି କରୋନା ଗ୍ରାଫ୍ । ଦିନକୁ ଦିନ ବୃଦ୍ଧି ପାଉଛି ସଂକ୍ରମଣ ।  ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୨୪୫ କରୋନା ସଂକ୍ରମିତ । ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୦୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ ୧୪୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗରୁ ୪୧ ଆକ୍ରାନ୍ତ ଥିବା ଜଣାପଡିଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ବର୍ତ୍ତମାନ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୦, ୭୮୩କୁ ବୃଦ୍ଧି ପାଇଛି । ଏବେ ସକ୍ରିୟ ମାମଲା ୧୪୯୦ ରହିଛି । ୨୪ ଘଣ୍ଟା ମଧ୍ୟରେ ୬୫ ଜଣ ସୁସ୍ଥ ହୋଇଥିବା ବେଳେ ମୋଟ ସୁସ୍ଥଙ୍କ ସଂଖ୍ୟା ୧୨,୮୦,୧୧୪ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।  ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୩୮, ଷ୍ଟେଟପୁଲରୁ ୨୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Show More

Related Articles

Back to top button