Breaking PLUSଓଡ଼ିଶାମୁଖ୍ୟ ଖବର

୨୪ଘଣ୍ଟାରେ ରାଜ୍ୟରେ ୪୧,୪୫୨ଟି କରୋନା ନମୁନା ପରୀକ୍ଷା

ପୁଣି ୫୦ ହଜାରରୁ କମ୍ ହେଲା ରାଜ୍ୟରେ କୋଭିଡ୍‌ ନମୁନା ପରୀକ୍ଷା

ଗତ କିଛି ଦିନ ହେବ ରାଜ୍ୟରେ ୫୦ ହଜାରରୁ କମ୍ କରାଯାଉଥିବା ପରିଲକ୍ଷିତ ହୋଇଛି।

ଗତ ୨୪ଘଣ୍ଟାରେ ରାଜ୍ୟରେ ୪୧,୪୫୨କରୋନା ନମୁନା ପରୀକ୍ଷା କରାଯାଇଛି। ଏହି ନମୁନା ପରୀକ୍ଷା ଆରଟିପିସିଆର୍‌, ଆଣ୍ଟିଜେନ୍‌ ଓ ଟ୍ରୁନଟ୍‌ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି। ଏଥିମଧ୍ୟରୁ ୫,୬୫୭ଟି ଆରଟିପିସିଆର ଏବଂ ୩୫, ୬୯୪ଟି ଆଣ୍ଟିଜେନ ଟେଷ୍ଟ ଓ ଟ୍ରୁନଟ୍‌ରେ ୧୦୧ଟି କରୋନା ନମୁନା ପରୀକ୍ଷା କରାଯାଇଛି। ଏଥିମଧ୍ୟରୁ କେନ୍ଦ୍ରାପଡ଼ା ଜିଲ୍ଲାରେ ସର୍ବାଧିକ ୪୫୨୦ କରୋନା ନମୁନା ପରୀକ୍ଷା କରାଯାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ସୂଚନାଅନୁଯାୟୀ ପୂର୍ବ ଦିନ ଗତ ୨୪ଘଣ୍ଟାରେ ରାଜ୍ୟରେ ୪୭,୬୩୪ କରୋନା ନମୁନା ପରୀକ୍ଷା କରାଯାଇଥିଲା। ଏହି ନମୁନା ପରୀକ୍ଷା ଆରଟିପିସିଆର୍‌, ଆଣ୍ଟିଜେନ୍‌ ଓ ଟ୍ରୁନଟ୍‌ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଥିଲା। ଏଥିମଧ୍ୟରୁ ୬,୬୪୮ଟି ଆରଟିପିସିଆର ଏବଂ ୪୦,୯୪୫ଟି ଆଣ୍ଟିଜେନ ଟେଷ୍ଟ ଓ ଟ୍ରୁନଟ୍‌ରେ ୪୧ଟି କରୋନା ନମୁନା ପରୀକ୍ଷା କରାଯାଇଥିଲା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା।

Show More

Related Articles

Back to top button