Breaking PLUSଦେଶମୁଖ୍ୟ ଖବର

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଦେଶରେ ଥମୁନି କରୋନା ସଂକ୍ରମଣ । ଦୈନିକ ଆକ୍ରାନ୍ତ ୪ ଲକ୍ଷ ଟ୍ରେଣ୍ଡ୍ ପରେ, ୨ ଲକ୍ଷ ଏବଂ ବର୍ତ୍ତମାନ ୫୦ ହଜାର ତଳକୁ ଖସିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୫୨ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ୨୬୧୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୫୨ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୫ ଲକ୍ଷ ୪ ହଜାର ୫୩୪ରେ ପହଞ୍ଚିଛି ।

ଏହା ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୫ ହଜାର ୩୮୫ରେ ପହଞ୍ଚିଛି । ଏବେ ଦେଶରେ ୩୦୯୫୭୫ ସକ୍ରିୟ ମାମଲା ରହିଛି । ସେହିପରି ୩୨୭୪୯୫୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Show More

Related Articles

Back to top button