ଦେଶମୁଖ୍ୟ ଖବର

ଦେଶରେ ୨୬,୦୪୧ ନୂଆ କରୋନା ସଂକ୍ରମିତ ଚିହ୍ନଟ

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟ ଅନୁସାରେ, ଆଜି ସକାଳ ୮ଟା ସୁଦ୍ଧା, ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୬,୦୪୧ ନୂତନ କରୋନା ସଂକ୍ରମିତ ଓ ୨୭୬ କରୋନା ଜନିତ ମୃତ୍ୟୁ ରେକର୍ଡ କରାଯାଇଛି । ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୩୬,୭୮,୭୮୬ ଓ ମୃତ୍ୟୁସଂଖ୍ୟା ୪,୪୭,୧୯୪ରେ ପହଞ୍ଚିଛି ।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨୯,୬୨୧ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତା ସଂଖ୍ୟା ୩,୨୯,୩୧,୯୭୨ରେ ପହଞ୍ଚିଛି । ­­­­­ଏହା ବ୍ୟତିତ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୯୯,୬୨୦ ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୮୬,୦୧,୫୯,୦୧୧ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୩୮,୧୮,୩୬୨ ଡୋଜ୍‌ ଟିକା ।

Show More

Related Articles

Back to top button