Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଗୋଟିଏ ଦିନରେ କରୋନାରେ ରେକର୍ଡ ୨୬୨୪ ଜଣଙ୍କ ମୃତ୍ୟୁ

କରୋନା ଭାଇରସର ଦ୍ୱିତୀୟ ଲହରୀ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି । ଦେଶରେ କରୋନାର ଦ୍ୱିତୀୟ ଲହରୀ ଦ୍ରୁତ ଗତିରେ ବଢିଚାଲିଛି । ବର୍ତମାନ ଦୈନିକ ସଂକ୍ରମଣ ୩ ଲକ୍ଷ ଟପିଥିଲା ବେଳେ ମୃତ୍ୟୁସଂଖ୍ୟା ୨ ହଜାର ପାର୍ କରିଛି । ଏଭଳି ସ୍ଥିତି ଆଉ କେତେ ଦିନ ରହିବ ଓ ଆଗକୁ କଣ ହେବ ତାଙ୍କୁ ନେଇ ଲୋକମାନେ ଆଶା ଓ ଆଶଙ୍କାରେ ରହିଛନ୍ତି ।

କରୋନା ଭାଇରସର ଦ୍ୱିତୀୟ ଲହରୀ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି । ଦେଶରେ କରୋନାର ଦ୍ୱିତୀୟ ଲହରୀ ଦ୍ରୁତ ଗତିରେ ବଢିଚାଲିଛି । ବର୍ତମାନ ଦୈନିକ ସଂକ୍ରମଣ ୩ ଲକ୍ଷ ଟପିଥିଲା ବେଳେ ମୃତ୍ୟୁସଂଖ୍ୟା ୨ ହଜାର ପାର୍ କରିଛି । ଏଭଳି ସ୍ଥିତି ଆଉ କେତେ ଦିନ ରହିବ ଓ ଆଗକୁ କଣ ହେବ ତାଙ୍କୁ ନେଇ ଲୋକମାନେ ଆଶା ଓ ଆଶଙ୍କାରେ ରହିଛନ୍ତି । ଆଜି ଦେଶରୁ ୩ ଲକ୍ଷ ୪୬ ହଜାର ୭୮୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ଏବେ କରୋନା ସଂଖ୍ୟା ବୃଦ୍ଧି ପାଇବାକୁ ଲାଗିଛି । ନୂଆ ଷ୍ଟ୍ରେନ ଯୋଗୁ ଦେଶର ଜନ ସାଧାରଣ ଭୟଭିତ ହୋଇଯାଇଛନ୍ତି । ପ୍ରତିଦିନ କରୋନା ସଂଖ୍ୟା ଦେଶରେ ବଢିବାରେ ଲାଗିଛି । କରୋନା ପାଇଁ ସରକାରଙ୍କ ପକ୍ଷରୁ ଅନେକ ସଚେତନତା ପଦକ୍ଷେପ ନିଆଯାଉଛି । ତଥାପି ଦେଶରେ କରୋନା ସଂଖ୍ୟା କମିବାର ନାଁ ଧରୁନି । ଆମ ଦେଶରେ ଅନେକ ସହରରେ ନାଇଟକର୍ଫୁ ଲାଗିଲାଣି । ଆଜି ଆମ ଦେଶରେ ଗୋଟିଏ ଦିନରେ ୩ ଲକ୍ଷ ୪୬ ହଜାର ୭୮୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ୨୪ ଘଣ୍ଟାରେ କରୋନାରେ ୨୬୨୪ ଜଣ ମୃତ୍ୟୁବରଣ କରିଛନ୍ତି ।

ସେହିପରି ଦେଶରେ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୮୯ ହଜାର ୫୪୪ କୁ ବୃଦ୍ଧି ପାଇଛି । ବର୍ତମାନ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୬୬ ଲକ୍ଷ ୧୦ ହଜାର ୪୮୧ ରେ ପହଂଚିଛି । ଦେଶରେ ୨୫ ଲକ୍ଷ ୫୨ ହଜାର ୯୪୦ ଜଣ କରୋନା ରୋଗୀ ଏବେ ବି ଚିକିତ୍ସାଧୀନ ହେଉଛନ୍ତି । ସେହପିରି ୧ କୋଟି ୩୮ ଲକ୍ଷ ୬୭ ହଜାର ୯୯୭ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଦେଶରେ ଏଯାବତ ୧୩ କୋଟି ୮୩ ଲକ୍ଷ ୭୯ ହଜାର ୮୩୨ ଜଣ ଟିକା ନେଇ ସାରିଲେଣୀ । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛ ।

Show More

Related Articles

Back to top button