Breaking PLUSଦେଶ ବିଦେଶମୁଖ୍ୟ ଖବର
ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨୭୧୩ ଜଣଙ୍କ ମୁଣ୍ଡ ଗଡାଇଲା ମହାମାରୀ କରୋନା
ଦେଶରେ କରୋନା ଆକ୍ରାନ୍ତଙ୍କ ସହ ମୃତ୍ୟୁ ସଂଖ୍ୟା ବି ଧୀରେ ଧୀରେ କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ଭାଇରସ୍ ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୧.୩୨ ଲକ୍ଷ ଥିବା ବେଳେ ମୃତ୍ୟୁସଂଖ୍ୟା ୩ ହଜାର ତଳେ ରହିଛି।
ଦେଶରେ କରୋନା ଆକ୍ରାନ୍ତଙ୍କ ସହ ମୃତ୍ୟୁ ସଂଖ୍ୟା ବି ଧୀରେ ଧୀରେ କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ଭାଇରସ୍ ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୧.୩୨ ଲକ୍ଷ ଥିବା ବେଳେ ମୃତ୍ୟୁସଂଖ୍ୟା ୩ ହଜାର ତଳେ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୩୨,୩୬୪ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨,୭୧୩ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୮୫,୭୪,୩୫୦ ଓ ମୃତ୍ୟୁସଂଖ୍ୟା ୩,୪୦,୭୦୨ରେ ପହଞ୍ଚିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨,୦୭,୦୭୧ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୬୫,୭୯,୬୫୫ରେ ପହଞ୍ଚିଛି। ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୬,୩୫,୯୯୩।