Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ କମୁଛି ମୃତ୍ୟୁହାର, ଗତ ୨୪ ଘଣ୍ଟାରେ ୨,୭୯୫ ଜଣଙ୍କ ମୁଣ୍ଡ ଗଡାଇଲା ମହାମାରୀ

ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଲଗାତାର ୫ ଦିନ ଧରି ୨ ଲକ୍ଷରୁ କମ୍‌ ରହିଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୨୭ ହଜାର ୫୧୦ରେ ପହଞ୍ଚିଛି।

ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଲଗାତାର ୫ ଦିନ ଧରି ୨ ଲକ୍ଷରୁ କମ୍‌ ରହିଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୨୭ ହଜାର ୫୧୦ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୨,୭୯୫ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୨ ଲକ୍ଷ ୫୫ ହଜାର ୨୮୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୧୮ ଲକ୍ଷ ୯୫ ହଜାର ୫୨୦ଜଣ ଚିକିତ୍ସିତ ହେଉଛନ୍ତି। ଅଧିକ ସଂଖ୍ୟକ ଆକାନ୍ତଙ୍କ ମୃତ୍ୟୁ ଘଟୁ ଥିବାରୁ ଅନ୍ତିମ ସଂସ୍କାର ପାଇଁ ସମସ୍ୟା ଦେଖାଦେଇଛି। ଶ୍ମଶାନରେ ମୃତକଙ୍କ ପରିବାର ସଦସ୍ୟଙ୍କୁ ଅନ୍ତିମ ସଂସ୍କାର ପାଇଁ ଘଣ୍ଟା ଘଣ୍ଟା ଅପେକ୍ଷା କରିବାକୁ ପଡୁଛି।

Show More

Related Articles

Back to top button