Breaking PLUSଦେଶ ବିଦେଶମୁଖ୍ୟ ଖବର
ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨,୮୮୭ଜଣଙ୍କ ଜୀବନ ନେଲା ମହାମାରୀ କରୋନା
ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୧.୩୪ ଲକ୍ଷକୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁସଂଖ୍ୟା ୩ ହଜାର ତଳେ ରହିଛି।
ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୧.୩୪ ଲକ୍ଷକୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁସଂଖ୍ୟା ୩ ହଜାର ତଳେ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୩୪,୧୫୪ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨,୮୮୭ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୮୪,୪୧,୯୮୬ ଓ ମୃତ୍ୟୁସଂଖ୍ୟା ୩,୩୭,୯୮୯ରେ ପହଞ୍ଚିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨,୧୧,୪୯୯ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୬୩,୯୦,୫୮୪ରେ ପହଞ୍ଚିଛି। ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୭,୧୩,୪୧୩।