Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ୩ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ପୁଣି କରୋନା ନେଲା ମୁଣ୍ଡ । ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ କିମିଛି କିନ୍ତୁ ବ୍ରେକ ଲାଗୁନି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୩ ଜଣ ଆଖି ବୁଜିଛନ୍ତି ।

ରାଜ୍ୟରେ ପୁଣି କରୋନା ନେଲା ମୁଣ୍ଡ । ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ କିମିଛି କିନ୍ତୁ ବ୍ରେକ ଲାଗୁନି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୩ ଜଣ ଆଖି ବୁଜିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୪୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।

ମୃତକଙ୍କ ମଧ୍ୟରେ ବାଲେଶ୍ୱରରୁ ଜଣେ, ଖୋର୍ଦ୍ଧାରୁ ଜଣେ ଓ ସୁନ୍ଦରଗଡରୁ ଜଣେ ଅଛନ୍ତି । ଏମାନେ ସମସ୍ତ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି ।

ରାଜ୍ୟରେ ଏଯାଏଁ ମୋଟ ୩୨୭୨୭୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୩୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୨୩୪୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Show More

Related Articles

Back to top button