ଓଡ଼ିଶାସ୍ୱାସ୍ଥ୍ୟ

ରାଜ୍ୟରେ ୨୪ ଘଣ୍ଟାରେ ୩୨ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ

ରାଜ୍ୟରେ କରୋନା ଗ୍ରାଫ୍ ରେ ଦୈନିକ ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ସ୍ଥାନୀୟ ସଂକ୍ରମଣରୁ ୧୨ ଜଣ ଚିହ୍ନଟ ହୋଇଥିବା ବେଳେ ସଙ୍ଗରୋଧ କେନ୍ଦ୍ରରୁ ୨୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।

ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ଅନୁସାରେ ,  ଆଜି ଗଜପତି ଓ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ ଲେଖାଏଁ ଆକ୍ରାନ୍ତ ହୋଇଥିବା ବେଳେ ବଲାଙ୍ଗୀର, କେନ୍ଦ୍ରାପଡ଼ା ଓ ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଁଏ,ବାଲେଶ୍ୱର ଓ କଟକ ଜିଲ୍ଲାରୁ ୨ ଜଣ ଲେଖାଁଏ,ବରଗଡ଼, ଯାଜପୁର,ଝାରସୁଗୁଡ଼ା ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ ପୁଲ୍‌ରୁ ଜଣେ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୬୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୮୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୭୦୮୧ ଜଣ ସୁସ୍ଥ ହୋଇଛନ୍ତି । ଗତକାଲି ଓଡ଼ିଶାରେ ୫୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ।

Show More

Related Articles

Back to top button