Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ବଢୁଛି କରୋନା ମୃତ୍ୟୁ ସଂଖ୍ୟା, ଗତ ୨୪ ଘଣ୍ଟା ମଧ୍ୟରେ ୩,୪୪୯ ଜଣଙ୍କର ମୃତ୍ୟୁ

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ତିନି ଲକ୍ଷରୁ ଅଧିକ ନୂତନ କରୋନା ମାମଲା ଆସୁଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି।

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ତିନି ଲକ୍ଷରୁ ଅଧିକ ନୂତନ କରୋନା ମାମଲା ଆସୁଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ମହାରାଷ୍ଟ୍ର, ପଞ୍ଜାବ, କେରଳ, କର୍ଣ୍ଣାଟକ, ଛତିଶଗଡ ଏବଂ ଗୁଜରାଟ ଭଳି ୬ଟି ରାଜ୍ୟରୁ ୮୦ ପ୍ରତିଶତ ନୂତନ କରୋନା ମାମଲା ଆସିଛି। ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୩,୫୭,୨୨୯ଟି ମାମଲା ସାମ୍ନାକୁ ଆସିଥିବାବେଳେ ୩,୪୪୯ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୨ କୋଟି ୨ ଲକ୍ଷ ୮୨ ହଜାର ୮୩୩ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୧ କୋଟି ୬୬ଲକ୍ଷ ୧୩ ହଜାର ୨୯୨ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୩୪ ଲକ୍ଷ ୪୭ ହଜାର ୧୩୩ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୨୨ ହଜାର ୪୦୮କୁ ବୃଦ୍ଧି ପାଇଛି।

Show More

Related Articles

Back to top button