Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ବଢୁଛି ମୃତ୍ୟୁସଂଖ୍ୟା, ଗତ ୨୪ ଘଣ୍ଟା ମଧ୍ୟରେ ୩,୬୧୭ ଜଣଙ୍କ ଜୀବନ ନେଲା ମହାମାରୀ

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମଣ ସଂଖ୍ୟା ୧.୭୩ ଲକ୍ଷ ଥିବା ବେଳେ ମୃତ୍ୟୁସଂଖ୍ୟା ୪ ହଜାର ତଳକୁ ରହିଛି। ଗତ ୪୫ ଦିନ ମଧ୍ୟରେ ଦେଶରେ ପ୍ରଥମ ଥର ଲାଗି ଏତେ କମ୍ ସଂଖ୍ୟକ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମଣ ସଂଖ୍ୟା ୧.୭୩ ଲକ୍ଷ ଥିବା ବେଳେ ମୃତ୍ୟୁସଂଖ୍ୟା ୪ ହଜାର ତଳକୁ ରହିଛି। ଗତ ୪୫ ଦିନ ମଧ୍ୟରେ ଦେଶରେ ପ୍ରଥମ ଥର ଲାଗି ଏତେ କମ୍ ସଂଖ୍ୟକ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୭୩,୭୯୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩,୬୧୭ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୭୭,୨୯,୨୪୭ ଓ ମୃତ୍ୟୁସଂଖ୍ୟା ୩,୨୨,୫୧୨ରେ ପହଞ୍ଚିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨,୮୪,୬୦୧ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୫୧,୭୮,୦୧୧ରେ ପହଞ୍ଚିଛି। ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୨,୨୮,୭୨୪।

Show More

Related Articles

Back to top button