Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୯ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ନେଲା ମହାମାରୀ

ଆଜି ରାଜ୍ୟରେ ଆଉ ୩୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୩୯ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୯୧୨ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ରାଜ୍ୟରେ ଆଉ ୩୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୩୯ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୯୧୨ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ, କଳାହାଣ୍ଡି, ରାୟଗଡା, ସୁନ୍ଦରଗଡ ଏବଂ ଝାରସୁଗୁଡା ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ବୌଦ୍ଧ, କଟକ, ଦେବଗଡ, ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁଙ୍କ ମୃତ୍ୟୁ ହୋଇଥିବା ବେଳେ ବଲାଙ୍ଗୀରି, ଢେଙ୍କାନାଳ, ଜଗତସିଂହପୁର, ମୟୂରଭଞ୍ଜ, ସମ୍ବଲପୁର ଓ କେନ୍ଦ୍ରାପଡା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୯୮ ହଜାର ୬୯୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୭ ଲକ୍ଷ ୧୩ ହଜାର ୫୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮୨ ହଜାର ୬୭୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୯୧୨ କୁ ବୃଦ୍ଧି ହୋଇଛି।

Show More

Related Articles

Back to top button