Breaking PLUSଓଡ଼ିଶାମୁଖ୍ୟ ଖବର

ଟ୍ରାକ୍ଟର ଓଲଟି ୪ ମୃତ,୨୦ରୁ ଊର୍ଦ୍ଧ୍ୱ ଆହତ

ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଧୀନ ମୁରୁଣିଆ ଠାରେ ଏକ ଟ୍ରାକ୍ଟର ଓଲଟି ୪ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ଲାଗି ଶୀର୍ଷା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଧୀନ ମୁରୁଣିଆ ଠାରେ ଏକ ଟ୍ରାକ୍ଟର ଓଲଟି ୪ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ଲାଗି ଶୀର୍ଷା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ବୁଧବାର ରାତି ୮ଟାରେ ନୃତ୍ୟଗୀତ ସାରି ଏକ ଟ୍ରାକ୍ଟର ଯୋଗେ ୨୫ରୁ ଊର୍ଦ୍ଧ୍ୱ ମହିଳାପୁରୁଷ ଡମଣସାହିରୁ ବାଗବୁଡ଼ା ଗ୍ରାମକୁ ଫେରୁଥିଲେ। ଭାରସାମ୍ୟ ହରାଇ ଟ୍ରାକ୍ଟରଟି ରାସ୍ତାଠାରୁ ୧୫ଫୁଟ ତଳକୁ ଓଲଟି ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ମେଡିକାଲରେ ଡାକ୍ତର ୩ଜଣଙ୍କୁ ମୃତ ଘୋଷଣା କରିଥିଲେ। ମୃତକଙ୍କ ମଧ୍ୟରେ ଜଣେ ଶିଶୁ ଥିବା ସୂଚନା ମିଳିଛି। ମୃତାହତଙ୍କ ପରିଚୟ ମିଳିପାରି ନାହିଁ।

Show More

Related Articles

Back to top button