Breaking PLUSଓଡ଼ିଶାମୁଖ୍ୟ ଖବର

କେନ୍ଦୁଝରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ଚାଲିଗଲା ୪ ଜଣଙ୍କ ଜୀବନ

କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ପଣ୍ଡାପଡା ଥାନା ଅନ୍ତର୍ଗତ ସୋମଗିରି ଗ୍ରାମ ନିକଟସ୍ଥ ଜଙ୍ଗଲ ରାସ୍ତାରେ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଛି ବୋଲେରୋ। ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି ।

କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ପଣ୍ଡାପଡା ଥାନା ଅନ୍ତର୍ଗତ ସୋମଗିରି ଗ୍ରାମ ନିକଟସ୍ଥ ଜଙ୍ଗଲ ରାସ୍ତାରେ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଛି ବୋଲେରୋ। ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ମିଳିଥିବା ଖବର ଅନୁଯାୟୀ ମୟୁରଭଞ୍ଜ ରଙ୍ଗମାଟିଆ ଅଞ୍ଚଳରୁ ଏହି ଯୁବକମାନେ ବଳଦ କିଣିବା ପାଇଁ ବୋଲେରୋ ଯୋଗେ ବିଳମ୍ବିତ ରାତିରେ ପିଠାଗୋଳା ଅଞ୍ଚଳକୁ ଆସୁଥିଲେ। କୌଣସି କାରଣରୁ ସୋମଗିରି ଗ୍ରାମ ନିକଟସ୍ଥ ଜଙ୍ଗଲ ରାସ୍ତାରେ ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତା କଡ଼ର ଗଛରେ ଧକ୍କା ଦେଇଥିଲା। ଧକ୍କା ହେବାରୁ ସ୍ଥାନୀୟ ଲୋକେ ଖବର ପାଇ ଘଟଣାସ୍ଥଳକୁ ଯାଇ ସମସ୍ତ ଗୁରୁତରଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ଆହତ ମାନେ ହେଲେ ମାଟା ନାଏକ, ସୁରେନ୍ଦ୍ର ମାରାଣ୍ଡି , ରେବତୀ ରାଜ ଓ ଏସ କେ କମର । ମୃତକ ଙ୍କ ପରିଚୟ ମିଳିପାରିନାହିଁ । ମୃତକଙ୍କ ପରିଚୟ ମିଳି ନ ଥିବା ବେଳେ ଘଟଣାର ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ  ଅଧିକ ତଦନ୍ତ ଚଳାଇଛି।

Show More

Related Articles

Back to top button