ଦେଶସ୍ୱାସ୍ଥ୍ୟ

୨୪ ଘଣ୍ଟାରେ ଦେଶରେ ୪୦୮ ନୂଆ ସଂକ୍ରମଣ ଚିହ୍ନଟ

ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସାମାନ୍ୟ ବୃଦ୍ଧି ପାଇଛି ।  ୪୦୦ ଟପିଛି ସଂକ୍ରମଣ ।  ସେହିପରି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ସାଢ଼େ ୫୯ ହଜାର ତଳେ ରହିଛି । ୨୪ ଘଣ୍ଟାରେ ଦେଶରେ ୪୦୮ ନୂଆ ସଂକ୍ରମଣ ଚିହ୍ନଟ ହୋଇଛନ୍ତି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

ସେହିପରି ୫ ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି।ଏଥିରେ କେରଳ ପିଛିଲା ଭାବେ ୪ଜଣଙ୍କ ମୃତ୍ୟୁ ସାମିଲ କରିଛି।୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୪୦୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୦,୪୮୩ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୫ଜଣଙ୍କ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୬୦୧ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୩୪,୦୦୧। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।

 

Show More

Related Articles

Back to top button