Breaking PLUSଓଡ଼ିଶାଶିକ୍ଷା

ଓଡିଶା ଆଦର୍ଶ ବିଦ୍ୟାଳୟ ଗୁଡିକରେ ୪୪୩ ଶିକ୍ଷକଙ୍କୁ ନିଯୁକ୍ତି

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ, ଲୋକସେବା ଭବନର କନଭେନସନ ସେଣ୍ଟରରେ ଆୟୋଜିତ ଏକ କାର୍ୟ୍ୟକ୍ରମରେ ଓଡିଶା ଆଦର୍ଶ ବିଦ୍ୟାଳୟ ଗୁଡିକରେ ୪୪୩ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଛି । ଏହି ଅବସରରେ ନବନିଯୁକ୍ତ ଶିକ୍ଷକ ମାନଙ୍କୁ ସ୍ୱାଗତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ରାଜ୍ୟର ସବୁ ଅଞ୍ଚଳର ମେଧାବୀ ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ମୋର ଲକ୍ଷ୍ୟ । ଏହି ଉଦ୍ଦେଶ୍ୟରେ ରାଜ୍ୟରେ ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ଓଡିଶା ଆଦର୍ଶ ବିଦ୍ୟାଳୟ ଜରିଆରେ ଇଂରାଜୀ ମାଧ୍ୟମରେ ଶିକ୍ଷା ପ୍ରଦାନ କରାଯାଉଛି ।

ବିଶେଷକରି ଗ୍ରାମାଞ୍ଚଳ ଓ ଅର୍ଦ୍ଧ ସହରାଂଚଳର ମେଧାବୀ ଛାତ୍ରଛାତ୍ରୀମାନେ ଏହାଦ୍ୱାରା ଉପକୃତ ହେଉଛନ୍ତି । ଗୁଣାତ୍ମକ ଶିକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରି ସାରା ଦେଶରେ ଆଦର୍ଶ ବିଦ୍ୟାଳୟ ଗୁଡିକ ଏକ ରୋଲ ମଡେଲ ହେଉ ବୋଲି ସେ ଚାହାଁନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି ଅବସରରେ ଦେଶର ପୂର୍ବତନ ରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ପିଲାମାନଙ୍କ ମନରେ ଯେପରି ଆଶା ଓ ଆତ୍ମବିଶ୍ୱାସ ବୃଦ୍ଧି ହେବ ଏବଂ ସେମାନେ ଏହି ପ୍ରତିଯୋଗୀତାମୂଳକ ଦୁନିଆରେ ସବୁପ୍ରକାର ବାଧାବିଘ୍ନକୁ ଅତିକ୍ରାନ୍ତ କରି ସଫଳତାର ପାହାଚ ଚଢିପାରିବେ ତାହା ଆମର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ । ପିଲାମାନଙ୍କୁ ଭବିଷ୍ୟତର ସଫଳତା ପାଇଁ ଠିକ୍‌ ଭାବରେ ଗାଇଡ କରିବାକୁ ମୁଖ୍ୟମନ୍ତ୍ରୀ ଶିକ୍ଷକ ମାନଙ୍କୁ ପରାମର୍ଶ ଦେଇଥିଲେ । ପ୍ରତି ଛାତ୍ରଛାତ୍ରୀଙ୍କ ସ୍ବପ୍ନକୁ ସାକାର କରିବା ପାଇଁ ଆମର ଉଦ୍ୟମ ହେବ ନୂଆ ଓ ରୂପାନ୍ତରିତ ଓଡ଼ିଶା ଗଠନରେ ବଳିଷ୍ଠ ପଦକ୍ଷେପ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏ ଦିଗରେ ଶିକ୍ଷକ ମାନେ ସେମାନଙ୍କ ଗୁରୁ ଦାୟିତ୍ୱ ବହନ କରି ଆଗେଇ ଆସିବାକୁ ଆହ୍ଵାନ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଦର୍ଶ ବିଦ୍ୟାଳୟ ଗୁଡିକ ପାଇଁ ଏକ ଦଶ ସୂତ୍ରୀ ଲକ୍ଷ୍ୟ ଘୋଷଣା କରିଥିଲେ । ଏଥିରେ ପିଲାମାନଙ୍କୁ ରକ୍ତଦାନ, ପରିବେଶ ସୁରକ୍ଷା, ସହିତ ସାକ୍ଷରତା ଅଭିଯାନରେ ସାମିଲ କରିବା ଯୋଗ, କ୍ରୀଡା ଓ ସୁସ୍ଥ ଜୀବନଶୈଳୀ ଆଦି ପାଇଁ ଉତ୍ସାହିତ କରିବା ଜାତୀୟ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ସଫଳତା ପାଇଁ ପିଲାଙ୍କୁ ପ୍ରସ୍ତୁତ କରିବା, ସ୍କୁଲ ସମୟରୁ ଦକ୍ଷତାର ବିକାଶ ପ୍ରତି ଯତ୍ନବାନ ହେବା ଆଦି ବିଭିନ୍ନ ବିଷୟ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଛନ୍ତି ।

Show More

Related Articles

Back to top button