ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ୪୪୪ ଜଣ କରୋନା ପଜିଟିଭ୍ ଚିହ୍ନଟ

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ

ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୪୪ କରୋନା ପଜିଟିଭ୍ । ଏମାନଙ୍କ ମଧ୍ୟରୁ ୨୫୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୮୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହା ମଧ୍ୟରୁ ୧୮ ବର୍ଷରୁ କମ୍ ବୟସ୍କ ୫୯ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୦ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।

ଏହି ନୂଆ କରୋନା ଆକ୍ରାନ୍ତ ମାନଙ୍କ ମଧ୍ୟରୁ ଅନୁଗୁଳରୁ ୮ ଜଣ, ବାଲେଶ୍ୱରରୁ ୧୬ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୩, କଟକରୁ ୭୩ ଜଣ, ଦେବଗଡ଼ରୁ ୧ଜଣ, ଢେଙ୍କାନାଳରୁ ୩ ଜଣ, ଗଞ୍ଜାମରୁ ୬ ଜଣ, ଜଗତସିଂହପୁରରୁ ୧୩ ଜଣ, ଯାଜପୁରରୁ ୨୨ ଜଣ, ଝାରସୁଗୁଡ଼ାରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୫ ଜଣ, କେଉଁଝରରୁ ୩ ଜଣ, ମୟୁରଭଞ୍ଜରୁ ୩୭ ଜଣ, ନୟାଗଡ଼ରୁ ୮ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୭ ଜଣ, ରାୟଗଡ଼ାରୁ ୯ ଜଣ, ସମ୍ୱଲପୁରରୁ ୭ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୭ ଜଣ ଓ ଷ୍ଟେଟ ପୁଲରୁ ୩୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ମୋଟ୍ ୧୦, ୨୪, ୭୬୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦,୧୦,୮୨୯ ଜଣ ସୁସ୍ଥ ହୋଇ ଫେରିଥିବା ବେଳେ, ୫୭୦୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

Show More

Related Articles

Back to top button