ଓଡ଼ିଶା

ରାଜ୍ୟରେ ଚିହ୍ନଟ ହେଲେ ୪୭୮ କରୋନା ଆକ୍ରାନ୍ତ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଚିହ୍ନଟ ହେଲେ ୪୭୮ ଜଣ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ ୨୮୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୯୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ ୧୮ ବର୍ଷରୁ କମ୍ ବୟସ୍କ ୫୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୧ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।

୪୭୮ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ୭ ଜଣ, ବାଲେଶ୍ୱରରୁ ୨୫ ଜଣ, ଭଦ୍ରକରୁ ୪ ଜଣ, କଟକରୁ ୫୭ ଜଣ, ଢେଙ୍କାନାଳରୁ ୧୨ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୨୯ ଜଣ, ଯାଜପୁରରୁ ୧୬ ଜଣ, ଝାରସୁଗୁଡ଼ାରୁ ୭ ଜଣ, କଳାହାଣ୍ଡିରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୩ ଜଣ, କେଉଁଝରରୁ ୧ ଜଣ, ମାଲକାନଗିରିରୁ ୧ ଜଣ, ମୟୁରଭଞ୍ଜରୁ ୧୩ ଜଣ, ନୟାଗଡ଼ରୁ ୨ ଜଣ, ପୁରୀରୁ ୧୪ ଜଣ, ସମ୍ୱଲପୁରରୁ ୧୨ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ ପୁଲରୁ ୪୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୨୭, ୪୩୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦,୧୩,୮୩୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୫୩୩୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

Show More

Related Articles

Back to top button