Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ 48ଘଣ୍ଟା ବର୍ଷା

ଭୁବନେଶ୍ବର : ମିଆଁମାର ଏବଂ ପାର୍ଶ୍ବବର୍ତ୍ତୀ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଶୁକ୍ରବାର ସକାଳେ ଉତ୍ତର-ପୂର୍ବ ଏବଂ ପାର୍ଶ୍ବବର୍ତ୍ତୀ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ଅଧିକ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ଦିଗରେ ଉତ୍ତର ଓଡ଼ିଶା ଏବଂ ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ଗତି କରିବ।

ଏହାର ପ୍ରଭାବରେ ଓଡ଼ିଶାର ଉତ୍ତର ଉପକୂଳ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଓ ଅନ୍ୟ ଜିଲାଗୁଡ଼ିକରେ ସ୍ବଳ୍ପରୁ ମଧ୍ୟମ ଧରଣର, କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ବର୍ଷାର ସମ୍ଭାବନା ରହିଥିବା ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆସନ୍ତାକାଲିଠାରୁ କିଛି ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ୧ ରୁ ୩ ତାରିଖ ଯାଏଁ ବର୍ଷା ହେବ। ୪ ତାରିଖରେ ବର୍ଷା ପ୍ରଭାବ କମିବ। ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନାନୁଯାୟୀ, ୩୦ ତାରିଖ ସକାଳ ପର୍ଯ୍ୟନ୍ତ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଏବଂ ଭଦ୍ରକ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

Show More

Related Articles

Back to top button