Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ 5 ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ଗତ କିଛି ଦିନ ହେବ ରାଜ୍ୟରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ହ୍ରାସ ଘଟୁଥିଲା। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇଁ ୪ ଶହ ତଳେ ରହୁଥିବା ବେଳେ ଆଜି ସେହି ସଂଖ୍ୟାରେ ସାମାନ୍ୟ ବୃଦ୍ଧି ଘଟିଛି ।

ଗତ କିଛି ଦିନ ହେବ ରାଜ୍ୟରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ହ୍ରାସ ଘଟୁଥିଲା। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇଁ ୪ ଶହ ତଳେ ରହୁଥିବା ବେଳେ ଆଜି ସେହି ସଂଖ୍ୟାରେ ସାମାନ୍ୟ ବୃଦ୍ଧି ଘଟିଛି । ରାଜ୍ୟରେ ୨୪ ଘଣ୍ଟାରେ ୪୦୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ସହିତ ଆଜି ରାଜ୍ୟରୁ ୫ କରୋନା ଆକ୍ରାନ୍ତଙ୍କ ପ୍ରାଣ ହାନୀ ମଧ୍ୟ ହୋଇଛି।

ଆଜି ରାଜ୍ୟରୁ କରୋନାରେ ପ୍ରାଣ ହରାଇଥିବା ୫ ଜଣଙ୍କ ମଧ୍ୟରୁ ଅନୁଗୋଳ, ବାଲେଶ୍ବର, ବଲାଙ୍ଗୀର, କଟକ ଏବଂ ସୁନ୍ଦରଗଡ ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୨୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Show More

Related Articles

Back to top button