Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆହୁରି 5ଦିନ ଗ୍ରୀଷ୍ମ ପ୍ରବାହ

ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିବ। ତା’ ମଧ୍ୟରୁ ଦୁଇ ଦିନ ଭୀଷଣ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ। ତେବେ ୭ ତାରିଖ ବେଳକୁ ସାରା ରାଜ୍ୟରେ ତାତି ୩ରୁ ୪ ଡିଗ୍ରୀ କମିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ମନୋରମା ମହାନ୍ତି କହିଛନ୍ତି। କାଳବୈଶାଖୀ ବର୍ଷା ପ୍ରଭାବରେ ତାତିରେ ହ୍ରାସ ଘଟିବା ସମ୍ଭାବନା ରହିଛି।

ଆସନ୍ତାକାଲି ଯାଏ ସିଭିୟର ହିଟ ୱେଭ ପାଇଁ ରାଜ୍ୟ କିଛି ସ୍ଥାନରେ ରେଡ ଆଲର୍ଟ ଜାରି ହୋଇଛି । ଆଜି ପାଇଁ ୧୧ ଜିଲାକୁ ରେଡ ଆଲର୍ଟ ଜାରି ହୋଇଛି। ସେହିଭଳି ହିଟ୍‌ୱେଭ ନେଇ ୮ ଜିଲାକୁ ଅରେଞ୍ଜ ଏବଂ ୭ ଜିଲାକୁ ୟେଲୋ ୱାର୍ନିଂ ଜାରି ହୋଇଛି ।

Show More

Related Articles

Back to top button