Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ପାଞ୍ଚ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ 5 ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା ।

ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ 5 ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଆଜିର ଏହି ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା 1760 କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ କେଉଁଝର ଜିଲ୍ଲାରୁ ଦୁଇ ଜଣ କରୋନା ଆକ୍ରାନ୍ତ ରୋଗୀଙ୍କ ମୃତ୍ୟୁ ଘଟିଥିବାବେଳେ ମୟୂରଭଞ୍ଜ, ମାଲକାନଗିରି ଓ ନୂଆପଡା ଜିଲ୍ଲାରୁ ଆଜି ଜଣେ ଲେଖାଁଏ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି ।

Show More

Related Articles

Back to top button