Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟର ଆଇନ ଅଧିକାରୀମାନଙ୍କର ଦୈନିକ ଓ ରିଟେନର ଫି’ରେ ୫୦ ପ୍ରତିଶତ ବୃଦ୍ଧି

ଭୁବନେଶ୍ବର, 1 ମାର୍ଚ୍ଚ – ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଅଦାଲତରେ ମୋକଦ୍ଦମା ପରିଚାଳନା କରୁଥିବା ନନ୍ କ୍ୟାଡର ଆଇନ ଅଧିକାରୀମାନଙ୍କର ଦୈନିକ ଓ ରିଟେନର ଫି’ରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି। ଏହା ଦ୍ୱାରା ବିଭିନ୍ନ ଅଦାଲତରେ କାର୍ଯ୍ୟରତ ୧୨୧୫ ଜଣ ଆଇନ ଅଧିକାରୀ ଉପକୃତ ହେବେ।
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଆଇନ ଅଧିକାରୀ ମାନଙ୍କ ଦୈନିକ ଓ ରିଟେନର ଫିକୁ ବୃଦ୍ଧି କରିଛନ୍ତି। ଏହି ବର୍ଦ୍ଧିତ ଫି’ ଅନୁଯାୟୀ କାର୍ଯ୍ୟରତ ୧୮୪ ଜଣ ଅତିରିକ୍ତ ପବ୍ଲିକ ପ୍ରସିକ୍ୟୁଟରମାନେ ଦୈନିକ ଫି
ବାବଦରେ ୧,୨୫୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧,୮୭୫ ଟଙ୍କା ପାଇବେ। ସେହିଭଳି ରିଟେନର ଫି ପୂର୍ବରୁ ୮,୨୦୦ ଟଙ୍କା ପାଉଥିବାବେଳେ, ବର୍ତ୍ତମାନ ୧୨,୩୦୦ ଟଙ୍କା ପାଇବେ। ସେହିଭଳି କାର୍ଯ୍ୟରତ ୭୪୦ ଜଣ ଆସିଷ୍ଟାଣ୍ଟ ପବ୍ଲିକ ପ୍ରସିକ୍ୟୁଟରମାନେ ପୂର୍ବରୁ ଦୈନିକ ଫି ବାବଦରେ ୧,୧୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧,୬୫୦ ପାଇବେ। ରିଟେନର ଫି ବାବଦରେ ପୂର୍ବରୁ ୪,୦୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୬,୦୦୦ ଟଙ୍କା ପାଇବେ। ୮୫ ଜଣ ସ୍ୱତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟରମାନେ ପୂର୍ବରୁ ଦୈନିକ ଫି ବାବଦରେ ୧,୨୫୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧,୮୭୫ ଟଙ୍କା ପାଇବେ। ରିଟେନର ଫି ବାବଦରେ ପୂର୍ବରୁ ୮,୨୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧୨,୩୦୦ ଟଙ୍କା ପାଇବେ। ସେହିଭଳି କାର୍ଯ୍ୟରତ ୨୯ଜଣ ସରକାରୀ ଆବେଦନକାରୀ ଏବଂ ୧୧୩ ଜଣ ଆସିଷ୍ଟାଣ୍ଟ ସରକାରୀ ଆବେଦନକାରୀ ପୂର୍ବରୁ ରିଟେନର ଫି ବାବଦରେ ୮,୨୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧୨,୩୦୦ ପାଇବେ।

Show More

Related Articles

Back to top button