Breaking PLUSଓଡ଼ିଶାମୁଖ୍ୟ ଖବରସ୍ୱାସ୍ଥ୍ୟ

୨୪ ଘଣ୍ଟାରେ ୫୩୯ କୋରୋନା ପଜିଟିଭ

୭୭ ଆକ୍ରାନ୍ତ ୧୮ ବର୍ଷରୁ କମ୍

ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୩୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୭ ଜଣ ଆକ୍ରାନ୍ତଙ୍କ ବୟସ ୧୮ ବର୍ଷରୁ କମ ବୋଲି ଜଣାପଡିଛି । କ୍ବାରାଣ୍ଟାଇନରୁ ୩୧୬ ଜଣ ଚିହ୍ନଟ ହୋଇଥିଲାବେଳେ ୨୨୩ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ରାଜ୍ୟ ସରକାର ସୂଚନା ଦେଇଛନ୍ତି  ।

ଚିହ୍ନଟ ହୋଇଥିବା ୫୩୯ ଜଣଙ୍କ ମଧ୍ୟରୁ ଅନୁଗୁଳରୁ ୬ ଜଣ, ବାଲେଶ୍ୱରରୁ ୨୩, ବରଗଡ଼ରୁ ୨, ଭଦ୍ରକରୁ ୧୨, କଟକରୁ ୪୮, ଦେବଗଡ଼ରୁ ୪, ଢେଙ୍କାନାଳରୁ ୪, ଗଞ୍ଜାମରୁ୧, ଜଗତସିଂହପୁରରୁ ୩୧, ଯାଜପୁରରୁ ୧୭, ଝାରସୁଗୁଡ଼ାରୁ ୪, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୧୦, କେଉଁଝରରୁ ୨, ଖୋର୍ଦ୍ଧାରୁ ୨୫୪, କୋରାପୁଟରୁ ୩, ମାଲକାନଗିରିରୁ ୨, ମୟୁରଭଞ୍ଜରୁ ୧୩, ନୟାଗଡ଼ରୁ ୫, ପୁରୀରୁ ୧୨, ରାୟଗଡ଼ାରୁ ୨, ସମ୍ୱଲପୁରରୁ ୧୨, ସୋନପୁର ଓ ସୁନ୍ଦରଗଡ଼ରୁ ୧୩ ଜଣ ଲେଖାଏଁ ଓ ଷ୍ଟେଟ୍ ପୁଲରୁ ୬୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Show More

Related Articles

Back to top button