ଦେଶସ୍ୱାସ୍ଥ୍ୟ

ଦେଶରେ ୨୪ ଘଣ୍ଟା ମଧ୍ୟରେ ୫୪୭ନୂତନ ସଂକ୍ରମଣ ଚିହ୍ନଟ

୬୦୦ ତଳକୁ ଖସିଲା ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ । ଦେଶରେ ୨୪ ଘଣ୍ଟା ମଧ୍ୟରେ ୫୪୭ନୂତନ ସଂକ୍ରମଣ ଚିହ୍ନଟ । ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୫୪୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୬୬,୯୨୪ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ଜଣଙ୍କ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୫୩୨ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୨୬,୯୨୪। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୯% ରହିଛି।

 

 

Show More

Related Articles

Back to top button