ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ସୁସ୍ଥ ହେଲେ ଆଉ ୫୫୯ କରୋନା ଆକ୍ରାନ୍ତ

ରାଜ୍ୟରେ ସୁସ୍ଥ ହେଲେ ଆଉ ୫୫୯ କରୋନା ଆକ୍ରାନ୍ତ । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୦୦ ଜଣ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଏଯାଏଁ ମୋଟ ୧୦ ଲକ୍ଷ ୧୩ ହଜାର ୧୪୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏ ନେଇ ଟ୍ୱିଟ କରି ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୦୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୬୪୭୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୩ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୪୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୯୬ ଜଣ ପଜିଟିଭ ରହିଛନ୍ତି ।

Show More

Related Articles

Back to top button