Breaking PLUSଓଡ଼ିଶାମୁଖ୍ୟ ଖବର

ପୁରୀରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କଲେ ଭିକେ ପାଣ୍ଡିଆନ

ପୁରୀରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତିର ସମୀକ୍ଷା କରିଛନ୍ତି ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ । ଆଜି ସକାଳୁ ପୁରୀ ଆସି ପ୍ରଥମେ ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ ୫-ଟି ଅଧ୍ୟକ୍ଷ । ନିର୍ଦ୍ଧାରିତ ସମୟ ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ନିର୍ମାଣକାରୀ ସଂସ୍ଥାର ଅଧିକାରୀଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି । ପ୍ରକଳ୍ପ କାର୍ଯ୍ୟ ସମ୍ପର୍କରେ ବରିଷ୍ଠ ଅଧିକାରୀମାନେ ବିଭିନ୍ନ ଦ୍ୱାରରେ ଲାଗିବାକୁ ଥିବା ନାମ ଫଳକ ଓ ଭିନ୍ନ ଭିନ୍ନ ରଙ୍ଗର ସାଇନେଜ ବ୍ୟବସ୍ଥା ସମ୍ପର୍କରେ ୫-ଟି ଅଧ୍ୟକ୍ଷଙ୍କୁ ଅବଗତ କରାଇଥିଲେ ।
ଶ୍ରୀମନ୍ଦିର ଚାରିପଟେ ସୌନ୍ଦର୍ଯ୍ୟକରଣ ନେଇ ବିଶେଷ ବ୍ୟବସ୍ଥା ଗ୍ରହଣ କରାଯିବା ସହିତ ସ୍ବତନ୍ତ୍ର ଆଲୋକୀକରଣ ପାଇଁ ନିଆଯାଇଥିବା ପଦକ୍ଷେପ ଉପରେ ମଧ୍ୟ ପାଣ୍ଡିଆନଙ୍କୁ ଅବଗତ କରାଯାଇଥିଲା।
ପରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଏକ ବୈଠକ କରି ପ୍ରକଳ୍ପ କାର୍ଯ୍ୟ ଓ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ଉପରେ ଆଲୋଚନା କରିଥିଲେ ୫-ଟି ଅଧ୍ୟକ୍ଷ । ବୈଠକରେ କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂହ , ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଓ ପୁରୀ ଏସପି କନୱର ବିଶାଲ ସିଂହଙ୍କ ସମେତ ଉପଜିଲ୍ଲାପାଳ ଓ ଶ୍ରୀମନ୍ଦିର ନୀତି ପ୍ରଶାସକ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ସାମିଲ ହୋଇଥିଲେ । ଦିନକୁ ଦିନ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭିଡ଼ ଶ୍ରୀମନ୍ଦିରରେ ବଢୁଥିବା ବେଳେ, ଭିଡ଼ ନିୟନ୍ତ୍ରଣ ଓ ଶୃଙ୍ଖଳିତ ଦର୍ଶନ କିପରି ହୋଇପାରିବ, ସେ ନେଇ ତାହା ପଦକ୍ଷେପ ନେବାକୁ ୫-ଟି ଅଧ୍ୟକ୍ଷ ନିର୍ଦ୍ଦେଶ ଦେଇଥିଲେ ।

Show More

Related Articles

Back to top button