Breaking PLUSଓଡ଼ିଶାମୁଖ୍ୟ ଖବର
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬ ଜଣ କରୋନା ସଂକ୍ରମିତଙ୍କ ଜୀବନ ନେଲା ମହାମାରୀ
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୬ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୮୨୩କୁ ବୃଦ୍ଧି ପାଇଛି।
ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୬ ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ସର୍ବାଧିକ ୧୫ ଜଣ ଥିବା ବେଳେ ନୟାଗଡ଼ ଜିଲ୍ଲାରୁ ୧୨ ଜଣ ଅଛନ୍ତି।ଏହାଛଡ଼ା କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ ଜଣ, ଅନୁଗୁଳ ଜିଲ୍ଲାରୁ ୫ ଜଣ ଓ ନବରଙ୍ଗପୁର ଜିଲ୍ଲାରୁ ୪ ଜଣ ମୃତକ ରହିଛନ୍ତି। ଏଣେ ଯାଜପୁର, ଖୋର୍ଦ୍ଧା ଓ ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।
ତେଣେ ବାଲେଶ୍ବର, ଜଗତସିଂହପୁର, ପୁରୀ, ବରଗଡ଼ ଓ ବଲାଙ୍ଗୀର ଜିଲ୍ଲାରୁ ୨ ଜଣ ଲେଖାଏଁ ମୃତକ ରହିଛନ୍ତି। ଅପରପକ୍ଷରେ କୋରାପୁଟ ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।