Breaking PLUSଓଡ଼ିଶାମୁଖ୍ୟ ଖବର

୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣି ପାଗ ବିଭାଗ

କାଳବୈଶାଖୀ ସମ୍ଭାବନା

କାଳବୈଶାଖୀକୁ ନେଇ ରାଜ୍ୟରେ ସତର୍କତା ଅବଲମ୍ୱନ କରିବାକୁ ପାଣିପାଗ ବିଭାଗ କହିଛି । ଛତିଶଗଡ ଓ ଏହାର ଆଖପାଖ ତଥା ସମୁଦ୍ରପତ୍ତନ ଠାରୁ ଦେଢ କିଲୋମିଟର ପର୍ଯ୍ୟନ୍ତ ଏକ ଘୂର୍ଣ୍ଣିବଳୟ ଲମ୍ବିଛି । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୭୨ ଘଣ୍ଟା ପର୍ଯ୍ୟନ୍ତ କାଳବୈଶାଖୀ ଜନିତ ବିଜୁଳି ଘଡଘଡି ଓ ବଜ୍ରପାତ ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।ଆସନ୍ତାକାଲି ସକାଳ ୮ଟା ୩୦ ସୁଦ୍ଧା କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, କୋରାପୁଟ, ଗଜପତି ଓ କନ୍ଧମାଳ ଜିଲ୍ଲାରେ ବିଜୁଳି ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ସହିତ କୋରାପୁଟ, ଗଜପତି, କନ୍ଧମାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଭଦ୍ରକ, ଖୋର୍ଦ୍ଧା ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି ।

ଏହାପରେ ଆସନ୍ତାକାଲି କାଳବୈଶାଖୀର ପ୍ରକୋପ ବୃଦ୍ଧି ପାଇବା ସହ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର ଓ କଟକ ଜିଲ୍ଲାରେ ବଜ୍ରପାତ ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ହେତୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।୨୯ ତାରିଖରେ ମଧ୍ୟ ତିନି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ଆସନ୍ତା ତିନି ଦିନ ଦିନର ସର୍ବୋଚ୍ଚ ତାପମାତ୍ରା ଅପରିବର୍ତ୍ତତ ରହିବା ସହ ଏହାପରେ ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ । ୩୦ ତାରିଖରୁ ପାଗରେ ପୁନଃ ପରିବର୍ତ୍ତନ ହୋଇ ୩୧ ତାରିଖରୁ ଖରା ବଢିବା ସହ ହିଟ୍ ୱେଭ୍ ଆଲର୍ଟ ଜାରି କରାଯାଇଛି । ଏହାସହ ସମୁଦ୍ର ଅଶାନ୍ତ ସହ ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବା ହେତୁ ଆସନ୍ତା ୨୯ ଓ ୩୧ ତାରିଖ ସମୁଦ୍ର ପ୍ରବେଶ ନେଇ ବାରଣ କରାଯାଇଛି ।

Show More

Related Articles

Back to top button