Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ 7 ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ବି ପୂର୍ବପେକ୍ଷା ସାମାନ୍ୟ ହ୍ରାସ ପାଇଛି । ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ 7 ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା

ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ବି ପୂର୍ବପେକ୍ଷା ସାମାନ୍ୟ ହ୍ରାସ ପାଇଛି । ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ 7 ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଆଜିର ଏହି ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା 1778 କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ କଟକରୁ ତିନି ଜଣ କରୋନା ଆକ୍ରାନ୍ତ ରୋଗୀଙ୍କ ମୃତ୍ୟୁ ଘଟିଥିବାବେଳେ ବାଲେଶ୍ୱର, ପୁରୀ, ସୁନ୍ଦରଗଡ ଓ ଜଗତସିଂହପୁରରୁ ଜଣେ ଲେଖାଁଏ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି  ।

Show More

Related Articles

Back to top button