Breaking PLUSଓଡ଼ିଶାମୁଖ୍ୟ ଖବର
ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟରେ 749 ଜଣ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ
ଓଡିଶାରେ ଧିରେ ଧିରେ କମୁଛି କରୋନା ଆକ୍ରାନ୍ତ ଚିହ୍ନଟ ସଂଖ୍ୟା । ଆଜି ରାଜ୍ୟର 30 ଟି ଜିଲ୍ଲା ଓ ଷ୍ଟେଟ୍ ଫୁଲ୍ରୁ ଆଉ 749 ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଓଡିଶାରେ ଧିରେ ଧିରେ କମୁଛି କରୋନା ଆକ୍ରାନ୍ତ ଚିହ୍ନଟ ସଂଖ୍ୟା । ଆଜି ରାଜ୍ୟର 30 ଟି ଜିଲ୍ଲା ଓ ଷ୍ଟେଟ୍ ଫୁଲ୍ରୁ ଆଉ 749 ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ରାଜ୍ୟରୁ ଗତ 24 ଘଣ୍ଟାରେ ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ 437 ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରର ଏବଂ ଅନ୍ୟ 312 ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ରାଜ୍ୟରେ ଏ ପର୍ଯ୍ୟନ୍ତ 5294726 କରୋନା ନମୁନା ପରୀକ୍ଷଣ କରାଯାଇଛି । ଏଯାଏଁ ରାଜ୍ୟରେ କରୋନା ଆକ୍ରାନ୍ତ ଚିହ୍ନଟ ସଂଖ୍ୟା 309408 ରେ ପହଞ୍ଚିଛି । 297862 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । 9950 ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।