Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ଆଶଙ୍କା

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବାର ପୂର୍ବାନୁମାନ କରିଛି ପାଣିପାଗବିଭାଗ । ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ରର ସୂଚନାଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ୧୦ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କୋରାପୁଟ, ନବରଙ୍ଗପୁର, ଗଜପତି, କନ୍ଧମାଳ ଓ ରାୟଗଡ଼ା ଆଦି ଜିଲ୍ଲାରେ କାଳବୈଶାଖୀ ବର୍ଷା ସହ ବଜ୍ରପାତ ହୋଇପାରେ ।

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବାର ପୂର୍ବାନୁମାନ କରିଛି ପାଣିପାଗବିଭାଗ । ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ରର ସୂଚନାଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ୧୦ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କୋରାପୁଟ, ନବରଙ୍ଗପୁର, ଗଜପତି, କନ୍ଧମାଳ ଓ ରାୟଗଡ଼ା ଆଦି ଜିଲ୍ଲାରେ କାଳବୈଶାଖୀ ବର୍ଷା ସହ ବଜ୍ରପାତ ହୋଇପାରେ । ଏହି ସମୟରେ ୩୦ରୁ ୪୦କିମି ବେଗରେ ପବନ ବହିବାର ବି ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୨୯ରୁ ୩୦ ତାରିଖ ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ କନ୍ଧମାଳର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସହିତ ବିଜୁଳି ଓ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି । ୩୦ରୁ ମଇ ୧ ତାରିଖ ମଧ୍ୟରେ ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କଟକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ଗଜପତି, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲାରେ , ମଇ ୧ରୁ ୨ ତାରିଖ ମଧ୍ୟରେ ରାୟଗଡା , କୋରାପୁଟ , ଗଜପତି , କନ୍ଧମାଳ , ବୌଦ୍ଧ , କେନ୍ଦୁଝର , ମୟୁରଭଂଜ ଓ ବାଲେଶ୍ୱର ଏବଂ ୨ ରୁ ୩ ତାରିଖ ମଧ୍ୟରେ ମାଲକାନଗିରି , କେ।।ରାପୁଟ , ନବରଙ୍ଗପୁର, ଗଜପତି , ଗଂଜାମ , କନ୍ଧମାଳ , କଳାହାଣ୍ଡି , କେନ୍ଦୁଝର , ମୟୁରଭଂଗ ଓ ବାଲେଶ୍ୱର ଜିଲ୍ଲାରେ ବଜ୍ରପାତ ସହ କାଳବୈଶାଖୀ ସମ୍ଭାବନା ରହିଛି । ଏହାସହ ୩୦ରୁ ୪୦କିମି ବେଗରେ ପବନ ବହିପାରେ । ଏହି ସବୁ ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Show More

Related Articles

Back to top button