
ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୫୯୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରୁ କଟକ ଓ ବରଗଡ ଜିଲ୍ଲାରୁ ୫ ଜଣ, କୋରାପୁଟ, ମୟୂରଭଞ୍ଜ, ରାୟଗଡାରୁ ୪ ଜଣ ଲେଖାଏଁ, ଗଞ୍ଜାମ, ଝାରସୁଗୁଡା, ଖୋର୍ଦ୍ଧାରୁ ୩ ଜଣ ଲେଖାଏଁ, ବଲାଙ୍ଗୀର, ପୁରୀ, ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ, ଅନୁଗୁଳ, ମାଲକାନଗିରି, ନୟାଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୭୭୫୦୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୮୭୨୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୮୩୫୧୩୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୦୯୫୧୯୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।