Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଗତ ୨୪ ଘଣ୍ଟାରେ ଆଉ ୫୦,୮୪୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଦେଶରେ ଦୈନିକ ସଂକ୍ରମଣ ଲଗାତାର ହ୍ରାସ ପାଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ଆଉ ୫୦,୮୪୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୦୦,୨୮,୭୦୯ରେ ପହଞ୍ଚିଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୧ ହଜାର ୩୫୮ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩,୯୦,୬୬୦ରେ ପହଞ୍ଚିଛି।

ଦେଶରେ ଦୈନିକ ସଂକ୍ରମଣ ଲଗାତାର ହ୍ରାସ ପାଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ଆଉ ୫୦,୮୪୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୦୦,୨୮,୭୦୯ରେ ପହଞ୍ଚିଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୧ ହଜାର ୩୫୮ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩,୯୦,୬୬୦ରେ ପହଞ୍ଚିଛି। ଦିନକରେ ଆଉ ୬୮,୮୧୭ ସୁସ୍ଥ ହୋଇଥିବା ବେଳେ ମୋଟ ୨,୮୯,୯୪,୮୫୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୬,୪୩,୧୯୪ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Show More

Related Articles

Back to top button