
ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୬୪୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦୬୪୨୯ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୧୭ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୧୨୩ ଜଣ ଲୋକାଲ୍ କେସ୍ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୦୬୪୨୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୬୧୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୮୭୦୭୮୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୬୮୪୨୨୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।