
ରାଜ୍ୟରେ ସୁସ୍ଥ ହେଲେ ଆଉ ୧୧୯୮ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୯ ଲକ୍ଷ ୭୭ ହଜାର ୧୯୭ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪୫୬ ଜଣ ରହିଛନ୍ତି ।ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।
ଗତ ୨୪ ଘଣ୍ଟା ମଧ୍ୟରେ ୧୧୩୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୩୫୦୭ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୬୫୭ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୪୭୫ ଜଣ ଲୋକାଲ୍ କେସ୍ ରହିଛନ୍ତି ।