Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୭ ଜଣଙ୍କ ଜୀବନ
ଗତ ୨୪ ଘଣ୍ଟାରେ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୬୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ସୋମବାର ସୁଦ୍ଧା ମୋଟ୍ ୧୦୧୨୧୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଏଥି ମଧ୍ୟରୁ ୬୯୯୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୯୭୦୬୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୪୭୭୧୩୨ସାମ୍ପୁଲ ଟେଷ୍ଟ୍ ହୋଇଛି ।