Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୪ଜଣଙ୍କ ଜୀବନ

ଗତ ୨୪ ଘଣ୍ଟାରେ ୭୩୪ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୫୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ କଟକ, ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୧୯୫୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୫୨୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୮୨୨୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୪୪୫୬୫୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button