ଗତ ୨୪ ଘଣ୍ଟା ମଧ୍ୟରେ ୨୨୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୪୮୩୪ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୧ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୯୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୨ ଜଣ ରହିଛନ୍ତି । ୨୪ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୦୫ ଜଣ, ସୁନ୍ଦରଗଡ଼ରୁ ୧୫ ଜଣ, କଟକରୁ ୧୨ ଜଣ, ଝାରସୁଗୁଡ଼ାରୁ ୯ ଜଣ, ଦେବଗଡ଼ ଓ ସମ୍ବଲପୁର ଜିଲ୍ଲାରୁ ୬ ଜଣ ଲେଖାଁଏ, ଗଞ୍ଜାମ,କେନ୍ଦୁଝର, ନୟାଗଡ଼ ଓ ପୁରୀ ଜିଲ୍ଲାରୁ ୫ ଜଣ ଲେଖାଁଏ,
ଢ଼େଙ୍କାନାଳରୁ ୪ ଜଣ, ଗଜପତି, ମୟୂରଭଞ୍ଜ ଓ ନବରଙ୍ଗପୁର ଜିଲ୍ଲାରୁ ୩ ଜଣ ଲେଖାଁଏ, ଅନୁଗୁଳ, ଭଦ୍ରକ, ବୌଦ୍ଧ, ଯାଜପୁର, କେନ୍ଦ୍ରାପଡ଼ା ଓ କୋରାପୁଟ ଜିଲ୍ଲାରୁ ୨ ଜଣ ଲେଖାଁଏ, ବାଲେଶ୍ବର, ବଲାଙ୍ଗୀର, ଜଗତସିଂହପୁର ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୪୮୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୭୨୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୪୫୯୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୫୫୨୨୪୧୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।