
୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ମୁହାଁ ହୋଇଛି । ଦୈନିକ ପଜିଟିଭ୍ ହାର ୬.୪୩ ପ୍ରତିଶତକୁ ବୃଦ୍ଧି ପାଇଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୦ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୨୫ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୯୦,୯୨୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ଆସନ୍ତାକାଲି ଅପେକ୍ଷା ଆଝି କମିଛି ।
ଏବେସୁଦ୍ଧା ଦେଶରେ ପ୍ରାୟ ୩୪ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୨୮୫୪୦୧ ସକ୍ରିୟ ମାମଲା ରହିଛି ଏବଂ ୩୪୩୪୧୦୦୯ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୪୮୨୮୭୬ ସଂକ୍ରମିତ ପ୍ରାଣ ହରାଇଛନ୍ତି ।