Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ସୁସ୍ଥ ହେଲେ ଆଉ ୧୧,୧୫୭ଜଣ କରୋନା ଆକ୍ରାନ୍ତ

ଖୋର୍ଦ୍ଧାରୁ ସର୍ବାଧିକ ଡିସଚାର୍ଜ

ରାଜ୍ୟରେ ଗୋଟିଏ ପଟେ ଦୈନିକ କୋଭିଡ୍‌ ସଂକ୍ରମଣ ଗ୍ରାଫ୍‌ ଧିରେଧିରେ ଖସୁଥିବା ବେଳେ ସୁସ୍ଥ ହାର ବୃଦ୍ଧିପାଉଛି। ଗୁରୁବାର ରାଜ୍ୟରେ ପୁଣି ୧୦ ହଜାର ପାର୍‌ କରିଛି ସୁସ୍ଥ ସଂଖ୍ୟା । ଆଜି ରାଜ୍ୟରେ ୧୧ ହଜାର ୧୫୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୧ ଲକ୍ଷ ୬୩ ହଜାର ୩୯୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି ।

ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୬୫୩ ଜଣ ରହିଥିବା ବେଳେ ସୁନ୍ଦରଗଡରୁ ୧୧୩୦ ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ଜିଲ୍ଲାଗୁଡିକରେ ସୁସ୍ଥ ହାର ଏକ ହଜାର ତଳେ ରହିଛି ।

Show More

Related Articles

Back to top button