Breaking PLUSଦେଶ ବିଦେଶମୁଖ୍ୟ ଖବର
ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮୬,୯୬୧ ଜଣ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ
ଦେଶରେ ଥମିବାର ନାଁ ନେଉନାହିଁ ମହାମାରୀ କରୋନା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮୬,୯୬୧ ଜଣ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଥିବା ବେଳେ, ଗତ ୨୪ ଘଣ୍ଟାରେ ୧,୧୩୦ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ଦେଶରେ ଥମିବାର ନାଁ ନେଉନାହିଁ ମହାମାରୀ କରୋନା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮୬,୯୬୧ ଜଣ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଥିବା ବେଳେ, ଗତ ୨୪ ଘଣ୍ଟାରେ ୧,୧୩୦ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।
ଆଜିର ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪, ୮୭, ୫୮୧ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ଦେଶରେ ୧୦, ୦୩, ୨୯୯ ଜଣ ସକ୍ରିୟ କରୋନା ରୋଗୀ ଥିବାବେଳେ ଏବଂ ୪୩, ୯୬, ୩୯୯ ଜଣ ବର୍ତ୍ତମାନ ସୁଦ୍ଧା ଆରୋଗ୍ୟ ହୋଇ ସାରିଲେଣି ଏବଂ ଦେଶରେ ମୋଟ ମୃତକଙ୍କ ସଂଖ୍ୟା ୮୭, ୮୮୨ କୁ ବୃଦ୍ଧି ପାଇଛି ।