ବାଣିଜ୍ୟ

ପୁଣି ୮୪ ପଇସା ମହଙ୍ଗା ହେଲା ପେଟ୍ରୋଲ ଓ ଡିଜେଲ

ଗୁରୁବବାର ନବମ ଦିନ ପେଟ୍ରୋଲ ଓ ଡିଜେଲ ୮୪ ପଇସା ଯାଏଁ ବଢ଼ିଛି। ଫଳରେ ଆଠ ଦିନରେ ଲିଟରପିଛା ଡିଜେଲ ଓ ପେଟ୍ରୋଲ ଦର ୮ ଟଙ୍କା ପାଖାପାଖି ମହଙ୍ଗା ହୋଇଛି।

ଦେଶରେ ୫ ରାଜ୍ୟର ବିଧାନସଭା ନିର୍ବାଚନ ଲାଗି ପେଟ୍ରୋଲ ଓ ଡିଜେଲ ମୂଲ୍ୟ କିଛି ସମୟ ସ୍ଥିର ରଖା ଯାଇଥିଲା। ରାଜ୍ୟମାନଙ୍କରେ ନୂଆ ସରକାର ଗଠନ ସହ ପୁଣି ତୈଳ ଦର ମହଙ୍ଗା ହେବ ବୋଲି ବିରୋଧୀ ଦଳମାନେ କରିଥିବା ପୂର୍ବାନୁମାନ ଏବେ ସତ୍ୟ ସାବ୍ୟସ୍ତ ହୋଇଛି। ଏହା ପୂର୍ବରୁ କେନ୍ଦ୍ର ସରକାର କେବଳ ଡିଜେଲ ଦର ମୂଲ୍ୟରେ ଲିଟର ପିଛା ୨୫ ଟଙ୍କା ମହଙ୍ଗା କରିଥିଲେ। ଏନଡି ଟିଭିର ରିପୋର୍ଟ ଅନୁସାରେ, ମୂଲ୍ୟ ବୃଦ୍ଧି ପରେ ଓଡିଶାରେ ପେଟ୍ରୋଲ ଦର ୧୦୯ ଟଙ୍କା ୯୩ପଇସା ଥିବା ବେଳେ ଡିଜେଲ ୯୯ ଟଙ୍କା ୬୬ ପଇସା ରହିଛି ।

ସେହିପରି ଦିଲ୍ଲୀରେ ଲିଟର ପିଛା ପେଟ୍ରୋଲ ଦର ଗୁରୁବାର ୧୦୧ଟଙ୍କା ୮୧ ପଇସା ଦରରେ ବିକ୍ରି ହେଉଥିବା ବେଳେ ଡିଜେଲ ଲିଟର ପିଛା ୯୩ଟଙ୍କା ୦୭ ପଇସା ଦରରେ ବିକ୍ରି ହେଉଛି। ସେପଟେ ମୁମ୍ବାଇରେ ପେଟ୍ରୋଲ ଲିଟରପିଛା ଦର ୧୧୬ଟଙ୍କା ୭୨ ପଇସାକୁ ପହଞ୍ଚିଥିବା ବେଳେ ଡିଜେଲ ୧୦୦ ଟଙ୍କା ୯୪ ପଇସା ଦରରେ କାରବାର ହେଉଛି। କୋଲକାତାରେ ପେଟ୍ରୋଲ ଲିଟର ପିଛା ୧୧୧ଟଙ୍କା ୩୫ ପଇସା ମୂଲ୍ୟରେ ବିକ୍ରି ହେଉଥିବା ବେଳେ ଡିଜେଲ ୯୬. ୨୨ ପଇସା ଦରରେ ବିକ୍ରି ହେଉଛି।

Show More

Related Articles

Back to top button