Breaking PLUSଓଡ଼ିଶାଦେଶପାଣିପାଗମୁଖ୍ୟ ଖବର

୧୦ରୁ ପ୍ରବଳ ବର୍ଷା

ଭୁବନେଶ୍ୱର : ଗଭୀର ଅବପାତ ପରେ ବଙ୍ଗୋପସାଗରରେ ବାତ୍ୟା ‘ଅସାନି’ ସୃଷ୍ଟି ହୋଇଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ୧୦ ତାରିଖ ଠାରୁ ବର୍ଷା ହେବାର ସମ୍ଭାବନା ରହିଛି। ଏହା ୧୨ ତାରିଖ ସକାଳ ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ ରହିଛି। ୧୦ ତାରିଖରେ ଗଜପତି, ଗଞ୍ଜାମ ଓ ପୁରୀରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୧୧ ତାରିଖରେ ୫ ଜିଲାରେ ପ୍ରବଳ ବର୍ଷା ନେଇ ଆଶଙ୍କା କରାଯାଇଛି। ଏହି ଜିଲା ଗୁଡ଼ିକ ହେଲା- ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ ଓ ଜଗତସିଂହପୁର। ୯, ୧୦ ଓ ୧୧ ତାରିଖରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ସମୁଦ୍ର ମଧ୍ୟକୁ ଯିବାକୁ ମତ୍ସଜୀବୀଙ୍କୁ ବାରଣ କରାଯାଇଛି।

Show More

Related Articles

Back to top button