ଅଷ୍ଟମ ଅନ୍ତର୍ଜାତୀୟ ଯୋଗ ଦିବସ

ଭୁବନେଶ୍ୱର: ଆଜି ହେଉଛି ଅଷ୍ଟମ ଅନ୍ତର୍ଜାତୀୟ ଯୋଗ ଦିବସ । ଭାରତର ପ୍ରାଚୀନ ସଂସ୍କୃତିର ଏକ ଅମୂଲ୍ୟ ଉପହାର ହେଉଛି ଯୋଗ । ଏହା ମନ ଏବଂ ଶରୀରକୁ ସଂଯୋଗ; ଚିନ୍ତା ଏବଂ କ୍ରିୟା; ସଂଯମ ଏବଂ ପୂର୍ଣ୍ଣତା; ମନୁଷ୍ୟ ଏବଂ ପ୍ରକୃତି ସହ ସଂଗତି; ସ୍ୱାସ୍ଥ୍ୟ ଏବଂ ସମୃଦ୍ଧି ପାଇଁ ଏକ ସିଦ୍ଧ ଉପଚାର ଅଟେ । ଏହା କେବଳ ଏକ ବ୍ୟାୟାମ ନୁହେଁ ନିଜ ଭିତରେ ଜଗତ ଏବଂ ପ୍ରକୃତି ସହ ଏକାଗ୍ରତା ଆବିଷ୍କାର କରିବାକୁ ହୋଇଥାଏ, ଚେତନା ଉଦ୍ରେକକରି ଆମ ଜୀବନଶୈଳୀରେ ପରିବର୍ତ୍ତନ ଆଣି ଆମ ପାରିପାର୍ଶ୍ୱିକ ଜଗତରେ ସହ ଖାପ ଖୁଆଇ ଚାଲିବାରେ ସହଯୋଗ କରେ । ଏହାର ଉପାଦେୟତାକୁ ବୁଝି ପ୍ରତିବର୍ଷ ଜୁନ ୨୧ତାରିଖରେ ପାଳନ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ ।
ଆନ୍ତର୍ଜାତିକ ଯୋଗ ଦିବସ ବିଶ୍ୱବ୍ୟାପୀ ଜୁନ ୨୧ ତାରିଖରେ ପାଳନ ହୁଏ । ଆନ୍ତର୍ଜାତିକ ସ୍ତରରେ ଏହାକୁ ପାଳନ କରିବା ପାଇଁ ମିଳିତ ଜାତିସଂଘ ଅଧିବେସନଦ୍ୱାରା ଡିସେମ୍ବର ୧୧, ୨୦୧୪ରେ ସଂକଳ୍ପ ହୋଇଥିଲା । ଯୋଗ ମୂଲ୍ୟବୋଧକୁ ସମ୍ମାନ ଦେବା ସହ ବିଶ୍ୱର କୋଣ ଅନୁକୋଣେ ଯୋଗକୁ ପହଞ୍ଚାଇବା ପାଇଁ ଭାରତ ପ୍ରସ୍ତାବ ଦେଇଥିଲା । ୨୦୧୪ ସେପ୍ଟେମ୍ବର ୨୭ରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୁନ ୨୧କୁ ଆନ୍ତର୍ଜାତିକ ସ୍ତରରେ ଯୋଗ ଅଭ୍ୟାସ ପୂର୍ବକ ଯୋଗ ଦିବସ ପାଳନ ପାଇଁ ପ୍ରଥମେ ପ୍ରସ୍ତାବ ଦେଇଥିଲେ । ଆମେରିକାର ମିଳିତ ଜାତିସଂଘ ସାଧାରଣ ପରିଷଦର ୬୯ତମ ଅଧିବେଶନକୁ ପ୍ରଥମ କରି ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଯୋଗ ଦିବସ ପାଇଁ ପ୍ରସ୍ତାବ ରଖିଥିଲେ । ଏହା ପରେ ଜୁନ୍ ୨୧କୁ ଭାରତ ସମେତ ବିଭିନ୍ନ ରାଷ୍ଟ୍ର ଏହି ଦିବସକୁ ପାଳନ କରୁଛନ୍ତି ।