ଓଡ଼ିଶାମୁଖ୍ୟ ଖବରସ୍ୱତନ୍ତ୍ର

ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲ

ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲ । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ୬୫୦ କୋଟି ବ୍ୟୟରେ ନାଇଜରଠାରେ କ୍ୟାନସର ହସ୍ପିଟାଲ ହେବ। କେନ୍ଦ୍ର ମନ୍ତ୍ରୀ ଏବଂ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ରାଷ୍ଟ୍ରମନ୍ତ୍ରୀଙ୍କ ଏକ ବୈଠକରେ ଏହି ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି।

ତେବେ ହସ୍ପିଟାଲ ନିର୍ମାଣ ପାଇଁ କେନ୍ଦ୍ର ୪ ଶହ କୋଟି ଓ ଟାଟା ଟ୍ରଷ୍ଟ ୨୫୦ କୋଟି ଟଙ୍କା ଦେବ। ଆଗାମୀ ୩ ବର୍ଷ ମଧ୍ୟରେ କ୍ୟାନସର ହସ୍ପିଟାଲର ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି। ସେହିପରି କ୍ୟାମ୍ପସରେ କର୍ମଚାରୀଙ୍କ ଦକ୍ଷତା ବୃଦ୍ଧି ପାଇଁ ଦକ୍ଷତା ପ୍ରଶିକ୍ଷଣ କେନ୍ଦ୍ର ଖୋଲାଯିବ।

Show More

Related Articles

Back to top button